ଭୁବନେଶ୍ୱର: ଆସୁଛି ବାତ୍ୟା
‘ଜୱାଦ’। ରବିବାର ଏହା ପୁରୀ ଜିଲ୍ଲା ଉପକୂଳ ଦେଇ ଅତିକ୍ରମ କରିପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ତେବେ ଆଜିଠାରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କରିଛନ୍ତି। ଆଜି ଅର୍ଥତ ୪ ତାରିଖ ଶନିବାର ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ୍ ବନ୍ଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି ।
